ଆଜି ଠାଏ ଠାଏ ବର୍ଷା ସମ୍ଭାବନା

Advertisment
ଚଳିତ ଗ୍ରୀଷ୍ମରେ ଗରମ କମ୍‌, ବର୍ଷା ଅଧିକ

Skymet Weather

ଭୁବନେଶ୍ୱର : ଗତକାଲି ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିଲା। ଆଭ୍ୟନ୍ତରୀଣ ଓଡ଼ିଶା ଯଥା, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ କନ୍ଧମାଳ ଆ‌ଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ଅଞ୍ଚଳରେ ପାଗ ଶୁଖିଲା ରହିଥିଲା। ଆଜି ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କ‌ାନାଳ, ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏହାପରେ ରାଜ୍ୟର ପାଗ ଶୁଖିଲା ରହିବ।

ଅନ୍ୟପଟେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଢ଼ିଥିବା‌ ଦେଖିବାକୁ ମିଳିଛି। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ସେହିଭଳି ରହିବ। ଏହି ୫ଦିନରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ଆସନ୍ତା ୨୪ଘଣ୍ଟାରେ ରାଜଧାନୀ ଭୁବନେଶ୍ବର ସ‌ମେତ ଏହାର ଆଖପାଖ ଅଞ୍ଚଳର ସର୍ବାଧିକ ତାପମାତ୍ରା ୩୪ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୦ଡିଗ୍ରି ମଧ୍ୟରେ ରହିବ। ଆଜି ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୧୬.୫ଡିଗ୍ରି ରେକର୍ଡ ହୋଇଥିବା ବେ‌ଳେ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୩୭ଡିଗ୍ରି ରେକର୍ଡ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe