ଆଗାମୀ ତିନିଦିନ ଧରି ଲଗାଣ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଲଗାଣ ବର୍ଷା ହେବା ସହିତ ବିଜୁଳି ଓ ଘଡ଼ଘଡ଼ି ମାରିପାରେ ବୋଲି ଶନିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ଗତକାଲିଠାରୁ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, କଟକ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ଏହି ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ସୂଚନା ଜାରି କରାଯାଇଛି। ୨୦.୦୮.୨୦୧୮ରୁ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଯାଜପୁର, ଜଗତସିଂହ, କେନ୍ଦ୍ରାପଡ଼ା, କଟକ, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳବର୍ଷାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର