୨ ଦିନର ବିରତି ପରେ ପୁଣି ବର୍ଷିବ, ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ରବିବାର ଦିନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଏଥିସହ ଗଜପତି, ଗଞ୍ଜାମ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ଖୋର୍ଧା, ପୁରୀ ଓ କନ୍ଧମାଳ ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କେତେକାଂଶ‌ରେ ପ୍ରବଳ ଓ ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ବର୍ଷା ହୋଇପାରେ। ଏହି ୮ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି।

ଅପରପକ୍ଷେ ୧୯ରୁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର କହିଛି। ୨ଦିନ ପାଗ ଶୁଖିଲା ଓ ଖରାଟିଆ ରହିବା ପରେ ୨୧ତାରିଖ ଆଡ଼କୁ କିଛି କିଛି ଜିଲ୍ଲାରେ ପୁଣି ବର୍ଷା ଆରମ୍ଭ ହୋଇଯିବ। ବିଶେଷକରି ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ଦିନ ରାଜଧାନୀ ଭୁବନେଶ୍ବର ସମେତ ଆଖପାଖ ଅଞ୍ଚଳରେ ଖରା-ବର୍ଷାର ଲୁଚକାଳି ଖେଳ ଦେଖିବାକୁ ମିଳିଥିଲା। ଆଜି ମଧ୍ୟ ଏହିଭଳି ପାଗ ଜାରି ରହିବ। ପାଗ ସାଧାରଣତଃ ମେଘୁଆ ରହିବ।

ସମ୍ବନ୍ଧିତ ଖବର