ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ଅପରାହ୍ଣରେ କଟକ, ଭୁବନେଶ୍ବର ସମେତ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଖୋର୍ଧା, କଟକ, ପୁରୀ ଓ ଗଞ୍ଜାମ ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି। ସଂଧ୍ୟା ୫ଟା ସୁଦ୍ଧା ଭୁବନେଶ୍ବରର ବିମାନବନ୍ଦର ଅଞ୍ଚଳରେ ୩୨.୮ମିମି ବର୍ଷା ହୋଇଯାଇଛି। ଆଜି ରାଜ୍ୟରେ ପାଗ ଶୁଖିଲା ରହିବ। ୨୬ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ। ୨୭ରେ ବର୍ଷାର ବିସ୍ତୃତି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ୨୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୨୭ତାରିଖ ଦିନ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/rain-m30.jpg)