ସପ୍ତମୀରୁ ବର୍ଷିବ, ଅଷ୍ଟମୀରେ ଅତିପ୍ରବଳ

Advertisment
ସପ୍ତମୀରୁ ବର୍ଷିବ, ଅଷ୍ଟମୀରେ ଅତିପ୍ରବଳ

symbolic pic

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟ‌ର ବିଭିନ୍ନ ଅଞ୍ଚଳ‌ରେ ଗୁରୁବାର ଦିନ ବର୍ଷା ଲାଗି ରହିଥିଲା। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତା ୧ ତାରିଖରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ୨ ତାରିଖ ଦିନ ସପ୍ତମୀ ଅବସରରେ ସାରା ଉପକୂଳ ବର୍ଷାରେ ଭିଜିବ। ଅଷ୍ଟମୀରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର କହିଛି।

ସୂଚନା ମୁତାବକ, ୨ ତାରିଖ ଦିନ ସମସ୍ତ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜା‌ରି କରାଯାଇଛି। ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୩ ତାରିଖ ବା ମହାଷ୍ଟମୀ ଅବସରରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଧା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏଥିସହ ଅବଶିଷ୍ଟ ଓଡ଼ିଶାରେ ପ୍ରବଳ ବର୍ଷିପାରେ ବୋଲି ପାଣିପା‌ଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ରାଜଧାନୀର ପାଗ ଆଂଶିକ ମେଘୁଆ ରହିବ। ମଝିରେ ମଝିରେ ବର୍ଷା ହୋଇପାରେ। ଦିନର ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe