ଦୁଇ ଦିନ ପରେ ପୁଣି ବର୍ଷା : ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର : ଆସନ୍ତା ଦୁଇ ଦିନ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ। ଦୁଇ ଦିନ ପରେ ୧୬ ତାରିଖ ଅପରାହ୍ନଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ। ଅର୍ଧାଧିକ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା‌ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହା ବ୍ୟତୀତ ୧୬ ଓ ୧୭ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ନବରଙ୍ଗପୁର, ମାଲକାନଗିରି ଖୋର୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ୧୭ ଓ ୧୮ ତାରିଖରେ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ଗତକାଲି ରାତିରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିଲା। ତେବେ ଆଜି ସକାଳୁ ପାଗ ପ୍ରାୟତଃ ଶୁଖିଲା ରହିଛି। ସମ୍ବଲପୁର, ତାଳଚେର, ଫୁଲବାଣୀରେ ହାଲୁକା ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସମ୍ବନ୍ଧିତ ଖବର