ଆସନ୍ତା ୯ ଓ୧୦ରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୪.୮ ଡିଗ୍ରି ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଟିଟଲାଗଡ଼ରେ ସର୍ବନିମ୍ନ ତାପମାତ୍ର ୧୧.୦ ଡିଗ୍ରି ସେଲସିୟସ୍‌ ରହିଛି। ଆସନ୍ତା କାଲି ପାଗ କୋହଲା ରହିବ। ଆସନ୍ତା ୯ ଓ ୧୦ ତାରିଖରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପକ୍ଷରେ ଭୂମଧ୍ୟସାଗରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିଝଡ଼ ବା ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍‌ସ ହେତୁ ୯ରୁ ୧୦ ତାରିଖ ମଧ୍ୟରେ ଓଡ଼ିଶାରେ ବର୍ଷା ହେବ। ଆଠ ତାରିଖରେ ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁୁହୁଡି ପଡ଼ି ପାରେ।

ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ବରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ କାଳବୈଶାଖୀର ମଧ୍ୟ ସମ୍ଭାବନା ରହିଛି। ବାକି ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ପୁରୀ ଓ ଗଞ୍ଜାମରେ କୁହୁଡି ପଡ଼ିବ।

ସେହିପରି ଆଗାମୀ ୧୦ ତାରିଖରେ, ସୁନ୍ଦରଗଡ଼,ଦେଓଗଡ଼, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ ଓ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୧ ଓ ୧୨ରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର