୨୧ରୁ ପୁଣି ରାଜ୍ୟରେ ବଢ଼ିବ ବର୍ଷା

Advertisment
୨୧ରୁ ପୁଣି ରାଜ୍ୟରେ ବଢ଼ିବ ବର୍ଷା

ଫଟୋ ସମ୍ବାଦ

ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଛି। ବାଲେଶ୍ବର ଜିଲ୍ଲା ନୀଳଗିରିରେ ରାଜ୍ୟର ସର୍ବାଧିକ ବର୍ଷା ୬୭.୦ମିମି ରେକର୍ଡ ହୋଇଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇଛି। ତେବେ ଆସନ୍ତା ୨ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ୨୧ ତାରିଖରୁ ପୁଣି ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଗତକାଲି ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଆଜି ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଏବେ ଦକ୍ଷିଣ-ପଶ୍ଚିମ ବିହାର ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଆଉ ଏକ ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଓଡ଼ିଶା ଉପରେ ରହିଥିବା ସିଜିନାଲ୍‌ ଟ୍ରପ୍‌-ଲାଇନ୍‌ ଏବେ ଲଘୁଚାପ କ୍ଷେତ୍ର ଦେଇ ଗତି କରୁଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି।

‌କେନ୍ଦ୍ର ଆହୁରି କହିଛି, ୧୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ। ୨୦ ଜୁନ୍‌କୁ ପାଗ ଶୁଖିଲା ରହିପାରେ। ତେବେ ୨୧ ତାରିଖ ଆଡ଼କୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେ ଦିନ କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ବରଗଡ଼, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହେବ। ୨୨ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ବିଶେଷକରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହ, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି।

ଷ୍ଟ୍ରିପ୍‌ ପ୍ରେସର୍‌ ଗ୍ରାଡିଏଣ୍ଟ୍‌ ଓ ରାଜ୍ୟକୁ ମୌସୁମୀ ପ୍ରବାହ ଯୋଗୁଁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଖୁବ୍‌ ଜୋରରେ ପବନ ପ୍ରବାହିତ ହେବ। ଏହି ସମୟରେ ପବନର ବେଗ ପ୍ରାୟ ୪୦ରୁ ୫୦ କିମି ରହିବ। ମଝିରେ ମଝିରେ ୬୦ କିମିର ପବନର ବେଗ ମଧ୍ୟ ଅନୁଭୂତ ହୋଇପାରେ। ଏଣୁ ମତ୍ସ୍ୟଜୀବୀମନଙ୍କୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe