୨ରୁ ବର୍ଷା ଫେରିବ, ରାଜ୍ୟର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିଲେ ହେଁ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନାହିଁ। ହେଲେ ୨ ତାରିଖରୁ ପୁଣି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୧ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସୋନପୁର, ଢେଙ୍କାନାଳ, ଅନୁଗୁଳ ଏବଂ କେନ୍ଦୁଝରରେ ବର୍ଷା ହେବ। ସେହିପରି ୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେଲେ ବି କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

ଆଜି ବଲାଙ୍ଗୀରରେ ସର୍ବାଧିକ ୫୬.୪ମିମି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାରେ ୩୦.୨ମିମି, ସମ୍ବଲପୁରରେ ୧ମିମି, ସୁନ୍ଦରଗଡ଼ରେ ୧୦.୪ମିମି, ହୀରାକୁଦରେ ୬ମିମି, ଭବାନୀପାଟଣାରେ ୧୩ମିମି, ଫୁଲବାଣୀରେ ୬.୨ମିମି, ଦାରିଙ୍ଗବାଡ଼ିରେ ୫ ମିମି ବର୍ଷା ହୋଇଛି।

ସମ୍ବନ୍ଧିତ ଖବର