ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାରେ ରହିଛି ବର୍ଷା ଓ ବଜ୍ରପାତର ସମ୍ଭାବନା

Advertisment
୧୬ ତାରିଖ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ରହିଛି ବର୍ଷା ଓ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟ ତଥା ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକାଧିକ ଘୂର୍ଣ୍ଣିବଳୟ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୪ ତାରିଖ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର ଏକ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ତେବେ, ଏହି ସମୟ ମଧ୍ୟରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେଓଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଗଣ ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe