୨୧ ତା‌ରିଖ ଯାଏ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କାଁ ଭାଁ ସ୍ଥାନରେ ହାଲକା ବର୍ଷା ହେବ

ଭୁବନେଶ୍ବର : ୨୧ ତା‌ରିଖ ଯାଏ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କାଁ ଭାଁ ସ୍ଥାନରେ ହାଲକା ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନ ହେଲେ ସାରା ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ ଗୁରୁବାର କନ୍ଧମାଳ, ନୟାଗଡ଼, ପୁରୀ, ଖୋର୍ଧା, କଟକ, ଢେଙ୍କାନାଳ, ଭଦ୍ରକ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବ। ଶୁକ୍ରବାର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ଗତ ୧୨ ଘଣ୍ଟା ମଧ୍ୟରେ ହୀରାକୁଦରେ ସର୍ବାଧିକ ୨୪ ମିମି ବର୍ଷା ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ୧୧, ଅନୁଗୁଳରେ ୮, ବାରିପଦାରେ ୫.୨, ଗୋପାଳପୁରରେ ୪, ବଲାଙ୍ଗୀର ଓ ଭୁବନେଶ୍ବରରେ ୩ ମିମି ଲେଖାଏଁ ବର୍ଷା ହୋଇଛି।

ସମ୍ବନ୍ଧିତ ଖବର