୭ ତାରିଖ ଯାଏ ବର୍ଷା

ଭୁବନେଶ୍ବର : ଆସନ୍ତା ୭ ତାରିଖ ଯାଏ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖ ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ୬ ତାରିଖ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ‌ହୋଇପାରେ। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହାପରେ ବର୍ଷାର ପରିମାଣ କମିବ। ମୌସୁମୀ ଦୁର୍ବଳ ରହିଥିବାରୁ ୧୦ ତାରିଖ ଯାଏ ଆଶାନୁଯାୟୀ ବର୍ଷା ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସମ୍ବନ୍ଧିତ ଖବର