ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୨ ତାରିଖ(ମଙ୍ଗଳବାର)ଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଆରମ୍ଭ ହେବ। ୧୨ ଓ ୧୩ ତାରିଖରେ କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହାବ୍ୟତୀତ ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ଗଜପତିକନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ପବନର ଆଶଙ୍କା ରହିଛି।

Advertisment

ବାକି ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ସହ ବଜ୍ରପାତ ଓ ପବନ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ୧୩ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ୧୪ ଓ ୧୫ ତାରିଖରେ ଉପକୂଳ ଓଡ଼ିଶା, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।