ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା: ଜନଜୀବନ ପ୍ରଭାବିତ

Advertisment
ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା: ଜନଜୀବନ ପ୍ରଭାବିତ

ଭୁବନେଶ୍ୱର: ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ଏହାର ପ୍ରଭାବରେ ସେହି ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଏଣେ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ପରିଲକ୍ଷିତ ହୋଇଛି। ଏହାଫଳରେ ବସଷ୍ଟାଣ୍ଡ, କଲେଜ ଛକ, ଡାକ୍ତରଖାନା ସମ୍ମୁଖରେ ପାଣି ଜମି ରହିଛି। ଅଦିନିଆ ବର୍ଷାରେ ପନିପରିବା ନଷ୍ଟ ହେବାର ଆଶଙ୍କା ଥିବା ବେଳେ କେତକ ସ୍ଥାନରେ ମଣ୍ଡିରେ ଧାନ ପଡ଼ିଥିବା ଯୋଗୁ ଚିନ୍ତାରେ ଚାଷୀ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଯେଉଁ ସୂଚନା ଦିଆଯାଇଥିଲା, ତାହା ସତ୍ୟ ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ଏବଂ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଶୁକ୍ରବାର ରାତିରେ ଉଭୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମିବ। ପରବର୍ତ୍ତୀ ୩ ଦିନ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ଅପରିବର୍ତ୍ତିତ ରହିବାକୁ ଥିବା ବେଳେ ଆଭ୍ୟନ୍ତରୀଣ ଦକ୍ଷିଣରେ କ୍ରମଶଃ ବଢ଼ିବ। ସୋମବାର ସୁଦ୍ଧା ପ୍ରାୟ ୩ ଡିଗ୍ରି ବଢ଼ିବ। ଭୁବନେଶ୍ୱର ସମେତ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳରେ ଶୁକ୍ରବାର ଓ ଶନିବାର ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି କମି ସୋମବାରଠାରୁ ପୁଣି କ୍ରମଶଃ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁରରେ ଶନିବାର ରାତିରେ କୁହୁଡ଼ି ପଡ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe