ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଆଜି ଧୀରେ ଧୀରେ ଅସ୍ପଷ୍ଟ ହୋଇଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରୁ ମ୍ୟାମ‌ାର୍‌ ଯାଏଁ ଲମ୍ବିଥିବା ଟର୍ଫ ଲାଇନ୍‌ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ ଦେଇ ଗତି କରିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତାକାଲି ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜର କିଛି କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।

Advertisment

ସେହିଭଳି ବାଲେଶ୍ବର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ସହ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହୋଇପାରେ। ୧୦ ତାରିଖ ଦିନ ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ୧୨ ତାରିଖ ଯାଏଁ ଏହିଭଳି ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।