ଆଜିଠାରୁ ପୁଣି ବର୍ଷା ସମ୍ଭାବନା, ୨୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

Advertisment

୯ରେ ଆଉ ଏକ ଲଘୁଚାପ

୯ରେ ଆଉ ଏକ ଲଘୁଚାପ

ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ୧୩ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ

Image Courtesy of News18

ଭୁବନେଶ୍ବର : ଆସନ୍ତା ୪୮ ଘଣ୍ଟା ଅର୍ଥାତ ୭ ତାରିଖ ଦିନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଅର୍ଥାତ ୯ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ‌ବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରର ସୂଚନା ମୁତାବକ ଆଜି ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image Skymet Weather

ପାଣିପାଗ କେନ୍ଦ୍ର ଆହୁରି କହିଛି ଯେ ୭ ତାରିଖରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଏବଂ ୮ ତାରିଖ ଦିନ ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏସବୁ ଅଞ୍ଚଳ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୯ ତାରିଖରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପାଗ ପରିବର୍ତ୍ତନ ହେବ। ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ସେହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି। ସେହିଭଳି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଖୋର୍ଧା, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ମୌସୁମୀଜନିତ ନିମ୍ନ ଚାପରେଖା ସମୁଦ୍ର ପତ୍ତନରୁ ଗଙ୍ଗନଗର, ଗୋରଖପୁର, ଦରଭଙ୍ଗା, ଜଲପାଇଗୁଡ଼ି ଦେଇ ପୂର୍ବ ଦିଗରେ ନାଗାଲାଣ୍ଡ ଆଡ଼କୁ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ଏବେ ବି ଦୁର୍ବଳ ରହିଛି। ଲଗୁଚାପ ବର୍ଷା ପରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରାଯାଉଛି। ଅନ୍ୟପକ୍ଷେ ଆସନ୍ତାକାଲି ରାଜଧାନୀ ଓ ସଂଲଗ୍ନ ଅଞ୍ଚଳଗୁଡ଼ିକର ପାଗ ସାଧାରଣତଃ ମେଘୁଆ ରହିବ। ଅପରାହ୍ନ ଆଡ଼କୁ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe