ଗୋପାଳପୁରଠୁ ୫୮୦ କିଲୋମିଟର ଦୂରରେ ଲଘୁଚାପ ଘନୀଭୂତ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରର ଗୋପାଳପୁର ସମୂଦ୍ର କୂଳଠାରୁ ୫୮୦ କିଲୋମିଟର ଦୂରରେ ଲଘୁଚାପ ଘନୀଭୂତ ହୋଇଛି। ଏହାରି ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ, ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ଅପରାହ୍ଣରୁ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢ଼ିବ। ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ବୁଧବାର ଫୁଲବାଣୀ, ନୟାଗଡ଼, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ବର୍ଷା ହୋଇପାରେ।

ବର୍ଷା ବଢ଼ିବା ସହିତ ୪୫ରୁ ୬୫ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରର ଅଶାନ୍ତ ରହୁଥିବାରୁ ମତ୍ସଜୀବୀଙ୍କୁ ଭିତରକୁ ପ୍ରବେଶ ନ କରିବା ପାଇଁ ସତର୍କ କରାଯାଇଛି।

ସମ୍ବନ୍ଧିତ ଖବର