ପାଣିପାଗ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

୫୦ରୁ ୬୦ କିମି ବେଗରେ ବହିପାରେ ପବନ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଶନିବାର ଏହି ସୂଚନା ଦିଆଯାଇଛି। ସେହିଭଳି ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ର ତରଫରୁ ମିଳିଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ।

ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ପ୍ରବଳ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୪ଟା ପରେ ପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାତି ୮ଟା ୧୫ ଭିତରେ କାଳବୈଶାଖୀ ହୋଇପାରେ ବୋଲି ଆଶା କରାଯାଉଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ।

ସମ୍ବନ୍ଧିତ ଖବର