Advertisment

Weather: ଉପକୂଳରେ ଦୁଇ ଦିନ ବର୍ଷା ସମ୍ଭାବନା

Advertisment

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନତ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ....

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନତ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ....

rain

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନତ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ପରେ ଏହା ଉତ୍ତରପୂର୍ବ ଦିଗରେ ଗତି କରିବ। ପ୍ରଭାବରେ ଆସନ୍ତା ଦୁଇ ଦିନ ଧରି ଉପକୂଳ ଓ ସଂଲଗ୍ନ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। 

Neglect: ପକ୍କା ରାସ୍ତା ଓ ବିଦ୍ୟୁତ ନଥିବା ଗ୍ରାମ ତେନ୍ତୁଳିପଡ଼ା

ଫେବ୍ରୁଆରି ୨୩ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ମୟୂରଭଞ୍ଜ, ଯାଜପୁର, କଟକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି କିମ୍ବା ତା’ଠାରୁ କମ୍‌ ରହିଥିଲା। ‌କେନ୍ଦ୍ରାପଡ଼ା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା।

Dhoni will not play all match: ଆଇପିଏଲ୍‌ର ସବୁମ୍ୟାଚ୍ ଖେଳିବେନି ଧୋନି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe