ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

photo by : financialexpress.com

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ଉପକୂଳ ଓଡ଼ିଶା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ତାହା ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ବିଶେଷକରି କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସମେତ ବିଭିନ୍ନ ସ୍ଥାନରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଆଜି ସନ୍ଧ୍ୟା ୫ଟା ସୁଦ୍ଧା କୋରାପୁଟରେ ୨୬ ମିମି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାରେ ୨୫, ସମ୍ବଲପୁରରେ ୧୯, ସୋନପୁରରେ ୧୭ ମିମି ବର୍ଷା ହୋଇଛି। ସନ୍ଧ୍ୟା ସାଢ଼େ ୬ଟାରୁ ଭୁବନେଶ୍ୱର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe