ଅମ୍ଫାନ ପ୍ରଭାବ: ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା, ଜାଣନ୍ତୁ, କେଉଁ ଜିଲ୍ଲାକୁ କେଉଁ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଭୟଙ୍କର ସାମୁଦ୍ରିକ ଝଡ଼ ‘ଅମ୍ଫାନ୍‌’ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ‌, ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସାମୁଦ୍ରିକ୍‌ ଝଡ଼ ଅମ୍ପାନ କାରଣରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ  ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ ହୋଇଛି। ଏହି ସବୁ ଜିଲ୍ଲାକୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


Scroll.in

ସେହିପରି ୨୦ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବ। କଟକ ଓ ଖୋର୍ଦ୍ଧାରେ ମଧ୍ୟ ବର୍ଷାପବନ ଲାଗି ରହିବ। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଉଲ୍ଲେଖଯୋଗ୍ୟ, ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫାନ୍ ସୁପର ସାଇକ୍ଲୋନର ରୂପ ନେବ ବୋଲି ସୂଚନା ରହିଛି। ଆଜି ମଧ୍ୟାହ୍ନରେ ସମୁଦ୍ର ଭିତରେ ସୁପର ସାଇକ୍ଲୋନ୍‌ର ରୂପ ନେଇ ସାରିଛି ଅମ୍ଫାନ। ଏହି ସମୟରେ ସମୁଦ୍ର ଭିତରେ ୨୩୦ କିମି ଉପରେ ପବନ ବହିବ। ଘଣ୍ଟା ପ୍ରତି ପବନ ଝଟକାର ବେଗ ୨୬୫ କିଲୋମିଟର ଯାଏଁ ବି ବଢିପାରେ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି।

 

ସମ୍ବନ୍ଧିତ ଖବର