Rain Alert: ୨୪ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ରହିଛି: ମନୋରମା ମହାପାତ୍ର

ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୀଙ୍କ ଅବପାତର ରୂପ ନେବାର ସମ୍ଭାବନା ରହିଛି।

Manorama Mohanty

No cyclone alert till now syas Manorama Mohanty, Director, IMD Bhubaneswar. (sambad.in )

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୀଙ୍କ ଅବପାତର ରୂପ ନେବାର ସମ୍ଭାବନା ରହିଛି, ଯାହାଫଳରେ ରାଜ୍ୟରେ ଆଗାମୀ ୫-୭ ଦିନ ରହିବ ବର୍ଷା। ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ପାଇଁ ଚାଷୀଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ: Chandigarh Mother Killed By Son: ଦୀପାବଳିରେ ମା’ ରକ୍ତରେ ହୋଲି ଖେଳିଲା ପୁଅ

ଗତ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ରେକର୍ଡ ହୋଇଛି। ସର୍ବାଧିକ କେନ୍ଦୁଝର ଜିଲ୍ଲାର ସୋମପାଟଣାଠାରେ ୭୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଆଗାମୀ ୨୪ ଘଣ୍ଟାରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଅନୁଭୂତ ହେବାର ସମ୍ଭାବନା ରହିଛି। ଏହା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟମାଲକାନଗିରି ଜିଲ୍ଲାରେ ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଅନୁଭୂତ ହୋଇପାରେ। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ସହ ଆସନ୍ତା ୨୨ ଓ ୨୩ ତାରିଖରେ ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷାହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ୨୪ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ରହିଛି। 

ଆହୁରି ପଢ଼ନ୍ତୁ: Bjp Will Win: ନବୀନ ଓହ୍ଲାଇଲେ ବି କିଛି ଫରକ୍ ପଡ଼ିବନି, ନୂଆପଡ଼ାରେ ବିଜେପିର ବିଜୟ ହେବ: ଜୟନାରାୟଣ ମିଶ୍ର

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି ଲଘୁଚାପ କ୍ଷେତ୍ର। ଏପର୍ଯ୍ୟନ୍ତ ରାଜ୍ୟରେ ବାତ୍ୟାର କୌଣସି ସୂଚନା ଆଇଏମ୍‌ଡି ପକ୍ଷରୁ ଦିଆଯାଇନାହିଁ। ବାତ୍ୟା ଯଦି ହେବାକୁ ଥାଏ ୧୦-୧୨ ଦିନ ପୂର୍ବରୁ ଆଇଏମ୍‌ଡି ସୂଚନା ଦିଏ। ଏଥିପାଇଁ ଭୟଭୀତ ହେବାର କୌଣସି କାରଣ ନାହିଁ।  

Rain in Odisha

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe