ସନ୍ଧ୍ୟା ୬ଟା ସୁଦ୍ଧା ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

Advertisment
ପୁଣି ଲଘୁଚାପ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ବର୍ଷା ନେଇ କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, କଟକ, ଢ଼େଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଗଜପତି ଓ ବୌଦ୍ଧ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ୧୬ରୁ ୧୭ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ଗଞ୍ଜାମ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

publive-image

ସେହିପରି ୧୮ରୁ ୨୦ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ସମ୍ବଲପୁର ଓ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ବରଗଡ଼ ଓ ସୋନପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe