୧୦ଟି ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

ବଜ୍ରପାତରେ ଜଣେ ମୃତ୍ୟୁ, ୨ ଗୁରୁତର

Thunderstorm with lightning bolts on the Thai island

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଅଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଏନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କଟକ, ଢ଼େଙ୍କାନାଳ, ଯାଜପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଆଦି ରହିଛି। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି।

୧୩ରୁ ୧୪ ତାରିଖ ମଧ୍ୟରେ ହେବାକୁ ଥିବା କାଳବୈଶାଖୀ ବର୍ଷା ପାଇଁ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର ବାସିନ୍ଦାକୁ ସତର୍କ ରହିବାକୁ ଆଗୁଆ ପରାମର୍ଶ ଦିଆଯାଇଛି।

ରାଜ୍ୟରେ ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୪.୨ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ସର୍ବନିମ୍ନ ୨୦.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe