ଆଗାମୀ ୨୪ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Advertisment
ଆଗାମୀ ୨୪ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ବୁଧବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ଏଥି ସହିତ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବର୍ଷା ହେବା ସହିତ ଦକ୍ଷିଣ ଓଡ଼ିଶାର କିଛିସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଦୁଇତିନି ଦିନ ହେବ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଗତକାଲି ବାରିପଦାରେ ସର୍ବାଧିକ ତାପମାତ୍ରା ୩୩.୫ଡିଗ୍ରୀ ଥିବା ବେଳେ ହୀରାକୁଦରେ ୨୦.୭ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ବାଲେଶ୍ୱର, କଟକ, ଢ଼େଙ୍କାନାଳ, ପୁରୀ, ସୁନ୍ଦରଗଡ଼, ସମ୍ବଲପୁର, ମୟୁରଭଞ୍ଜ, ରାୟଗଡ଼ା, ମାଲକାନଗିରି, କେନ୍ଦୁଝର, ଖୋର୍ଦ୍ଧା,ଜଗତସିଂହପୁର, ଅନୁଗୁଳ, କୋରାପୁଟ ଓ କେନ୍ଦ୍ରାପଡ଼ା ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe