ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଖୋର୍ଦ୍ଧା , କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ଗଜପତି, ଗଞ୍ଜାମ, ରାୟଗଡ଼ା, କେନ୍ଦ୍ରପଡ଼ା ଜିଲ୍ଲାର କେତେକ ସ୍ଥାନରେ କୁଆପଥର ମାଡ଼ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
Sambad is now on WhatsApp
Join and get latest news updates delivered to you via WhatsApp
ଭୁବନେଶର ପାଣିପାଗ କେନ୍ଦ୍ର ସୁତ୍ରରୁ ପ୍ରକାଶ ଯେ ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ଅଳ୍ପ କେତୋଟି ସ୍ଥାନରେ କାଳବୈଶାଖି ବର୍ଷା ହୋଇଯାଇଛି । ଏହି ସମୟରେ ଭୁବନେଶ୍ୱରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧୯.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରୀ ସେଲସିୟସ ରହିପାରେ ।