ଆସନ୍ତାକାଲି ବି ଲାଗି ରହିବ ବର୍ଷା, ୧୩ ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ଆଗମୀ କିଛି ଦିନ ପର୍ଯ୍ୟନ୍ତ ମଧ୍ୟ ଓଡ଼ିଶାରେ ବର୍ଷା ବିତ୍ପାତ ଲାଗି ରହିବ । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ବିଶେଷକରି ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ,ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ରେଡ ଆଲର୍ଟ ଜାରି କରାଯାଇଛି । ରେଡ ଓ୍ଵାର୍ଣ୍ଣିଂ ଜାରି କରାଯିବା ଅର୍ଥ ହେଉଛି ସତର୍କତାମୂଳକ ପଦକ୍ଷେପ ନେବାକୁ ପ୍ରଶାସନ ଓ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ।

ସେହିପରି ଆଉ କେତେକ ଜିଲ୍ଲା ଯେପରିକି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନୂଆପଡ଼ା ଓ ଜଗତସିଂହପୁରରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅବଶିଷ୍ଟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ଆଲର୍ଟର ଅର୍ଥ ହେଉଛି, ପ୍ରସ୍ତୁତ ରହିବାକୁ ପ୍ରଶାସନ ଓ ଲୋକମାନଙ୍କୁ କୁହାଯାଇଛି ।

ପରବର୍ତ୍ତୀ ଦୁଇଦିନରେ ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି ।

ସମ୍ବନ୍ଧିତ ଖବର