ଘୂର୍ଣ୍ଣିବଳୟ ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟର ବହୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ବାବନା

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା

Metweather

ଭୁବନେଶ୍ୱର: ଓଡ଼ିିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୪୮ ଘଣ୍ଟା ମଧ୍ୟମରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଙ୍ଗଳବାର ଅପରାହ୍ନ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡିଶା ସମେତ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ।

publive-image

ଅନ୍ୟପକ୍ଷରେ ଆସନ୍ତା ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ପୁରୀ, ସମ୍ବଲପୁର, ଅନୁଗୁଳ, ସୋନପୁର, ବରଗଡ, ସୁନ୍ଦରଗଡ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହି ଥିବାରୁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe