ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ; ରାଜ୍ୟରେ ୧୪ ପର୍ଯ୍ୟନ୍ତ ବର୍ଷିବ

ପହିଲାରୁ ପୁଣି ବର୍ଷା : ଉତ୍ତର ଓ ଉପକୂଳ ଓଡ଼ିଶାରେ ହୋଇପାରେ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟଟି ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୨.୧ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହେବା ସହ ଲଘୁଚାପଟି ଓଡ଼ିଶା ଉପକୂଳରୁ ଦୂରେଇ ଯାଇଥିବାରୁ ଏବେ ରାଜ୍ୟରେ ଆଉ ଅତିପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ସହ ସୁନ୍ଦରଗଡ଼, ଦେଗବଡ଼ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image

୧୩ ତାରିଖ ଦିନ ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୧୪ ତାରିଖ ଦିନ ମଧ୍ୟ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଉଭୟ ଦିନ ପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe