ଭୁବନେଶ୍ବର: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା, ପଶ୍ଚିମବଙ୍ଗର ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟରେ ଆଜି ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ବଜ୍ରପାତର ସମ୍ଭାବନା ରହିଛି।

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟର କଟକ, ହୀରାକୁଦ, ତାଳଚେର, ବଲାଙ୍ଗୀର, ଟିଟିଲାଗଡ଼ ଓ ନୂଆପଡ଼ା ଆଦି ସ୍ଥାନରେ ବର୍ଷା ହୋଇଯାଇଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ମଧ୍ୟ ବର୍ଷା ହୋଇପାରେ। ରାଜ୍ୟରେ ୨ ତାରିଖ ଯାଏଁ ବର୍ଷା ଜାରି ରହିବ।