ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା

Advertisment
ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଏକ ସପ୍ତାହ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ସେହିପରି ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ସହ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରବିବାର ପୂର୍ବାନୁମାନ କରିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି।

ଗତକାଲି ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୫.୪ଡିଗ୍ରୀ ଥିବା ବେଳେ ହୀରାକୁଦ ଓ ଫୁଲବାଣୀରେ ୨୧.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ପୁରୀ,ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ଦେଓଗଡ଼, ମାଲକାନଗିରି, ନୟାଗଡ଼, ଝାରସୁଗୁଡ଼ା,ବାଲେଶ୍ୱର,ନବରଙ୍ଗପୁର, କୋରାପୁଟ, ସୋନପୁର, ଗଞ୍ଜାମ,ବଲାଙ୍ଗୀର ଓ ରାୟଗଡ଼ା ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe