ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ବୁଧବାର ଘଡଘଡି ସହ ବର୍ଷା ହୋଇଥିଲା। ଯାହାର ପ୍ରଭାବରେ ଗରମରୁ ସାମନ୍ୟ ଆଶ୍ୱସ୍ତି ମିଳିଛି। ତେବେ ଆଗମୀ ୨୪ଘଣ୍ଟା ଭିତରେ ରାଜ୍ୟର କେନ୍ଦୁଝର,ମୟୁରଭଞ୍ଜ,ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର,ରାୟଗଡ଼ା,ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୫୦ରୁ୬୦କିମି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେଥିପାଇଁ ଏହି ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି। ଚଳିତ ବର୍ଷ ବିଜୁଳିରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେଣୁ ବିଜୁଳି ମାରୁଥିବା ସମୟରେ ବୈଦ୍ୟୁତିକ ସାମଗ୍ରୀ ବ୍ୟବହାର କରିବାରେ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ରହିଛି। ଏତଦ୍ବ୍ୟତୀତ ମତ୍ସ୍ୟଜୀବୀମାନଙ୍କୁ ସୁମଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।
/sambad/media/post_attachments/wp-content/uploads/2018/05/images-63.jpg)
ସେହିପରି ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ସହିତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ର ୪୧.୫ଡିଗ୍ରୀ ଥିବା ବେଳେ ହୀରାକୁଦରେ ୨୨.୧ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/05/567-1.jpg)