ଭୁବନେଶ୍ୱର: ରାଜ୍ୟର ୨୩ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ହେବାର ସମ୍ଭାବନା ରହିଛି ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ପବନର ବେଗ ୫୦ରୁ ୬୦କିଲୋମିଟର ରହିବ । ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି ବୋଲି ସତର୍କ ସୂଚନା ଜରି କରିଛି ପାଣିପାଗ ବିଭାଗ।
/sambad/media/post_attachments/wp-content/uploads/2018/05/cyclone-phailin-advances-630-300x205.jpg)
ରାଜ୍ୟର କେନ୍ଦୁଝର,ମୟୂରଭଞ୍ଜ, ଢ଼େଙ୍କାନାଳ,ଅନୁଗୁଳ, ଯାଜପୁର,ଭଦ୍ରକ,ବାଲେଶ୍ୱର,କେନ୍ଦ୍ରାପଡ଼ା,ଜଗତସିଂହପୁର, ପୁରୀ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା,ସମ୍ବଲପୁର ଓ ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ମଧ୍ୟ ହୋଇପାରେ । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଓଡ଼ିଶାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
ଏହି କ୍ରମରେ ମାଲକାନଗିରିରେ ସର୍ବାଧିକ ତାପମାତ୍ର ୪୨.୨ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ର ୨୨.୦ଡିଗ୍ରୀ ରେକର୍ଡ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/05/IndiaTvcd1a0f_rain.jpg)