ଆଗାମୀ ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ସମେତ ଏହି ଆଠଟି ସ୍ଥାନରେ ପ୍ରବଳ ବର୍ଷିବ!
କୁଆପଥର ବର୍ଷା ସହ ୫୦ରୁ ୬୦କିମି ବେଗରେ ବହିବ ପନବ !
ଭୁବନେଶ୍ୱର: ରାଜ୍ୟର ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୮ଟି ଜିଲ୍ଲାରେ ଘଡ଼ଘଡ଼ ବିଜୁଳି ସହିତ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ବିଜୁଳି ଓ ଘଡଘଡ଼ି ମାରୁଥିବା ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ତେଣୁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ ଓ ଖୋର୍ଦ୍ଧା ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା। ତେଣୁ ଏହି ସମୟର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଏହି ଜିଲ୍ଲାମାନଙ୍କୁ ଛାଡ଼ି ଦେଲେ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ବର୍ଷା ହେବ ବୋଲି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Sambad is now on WhatsApp
Join and get latest news updates delivered to you via WhatsApp
ଗତକାଲି ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କୋରାପୁଟ ଆଦି ଜିଲ୍ଲାରେ ବର୍ଷା ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗତକାଲି ସୋନପୁର ସର୍ବାଧିକ ତାପମାତ୍ର ୪୧.୦ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଥିଲା।