ଏହି ଜିଲ୍ଲାମାନଙ୍କୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବିଜୁଳି ସହ କାଳବୈଶାଖୀ ବର୍ଷାର ସମ୍ଭାବନା

Advertisment
ଏହି ଜିଲ୍ଲାମାନଙ୍କୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବିଜୁଳି ସହ କାଳବୈଶାଖୀ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଆଗମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୨୨ଟି ଜିଲ୍ଲାକୁ ନେଇ ମଙ୍ଗଳବାର ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି,ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼,ଜୟପୁର, ଭଦ୍ରକ,ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ନାୟାଗଡ଼। ଏହି ଜିଲ୍ଲାମାନଙ୍କ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ସହିତ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ତେଣୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ସେହିପରି ସମୁଦ୍ରରେ ଗାଧୋଇବାକୁ ବି ବାରଣ କରାଯାଇଛି।

publive-image

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ଓଡ଼ିଶାର ଅନ୍ୟ ସ୍ଥାନର ପାଗ ଶୁଖିଲା ରହିବ। ମାଲକାନଗିରିରେ ସର୍ବାଧିକ ତାପମାତ୍ର ୩୯.୩ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ର ୨୦.୫ଡିଗ୍ରୀ ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe