ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଏହି ସବୁ ଜିଲ୍ଲାରେ ଜାରି ରହିବ ବର୍ଷା !

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଗତକାଲି ରାତିରୁ ରାଜ୍ୟବ୍ୟାପୀ ଲଗାଣ ବର୍ଷା ଜାରି ରହିଛି । ଏହିଭଳି ବର୍ଷା ଓ ଘଡ଼ଘଡ଼ି ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା ଭଳି ଜିଲ୍ଲାରେ ମଧ୍ୟ ବର୍ଷାର ପରିମାଣ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏଥିସହିତ ସମ୍ବଲପୁର, ଢେଙ୍କାନାଳ, କେଉଁଝର, ଭଦ୍ରକ, ଯାଜପୁର ଏବଂ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଉପରେ ଥିବା ଲଘୁଚାପ ୱେଲମାର୍କଡ-ଲୋରେ ପରିଣତ ହୋଇଛି ଯେଉଁଥିପାଇଁ ବର୍ଷାର ପରିମାଣ ବୃଦ୍ଧି ପାଇଛି । ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ପରିସ୍ଥିତି ବେହାଲ ହୋଇଯାଇଛି।

ସମ୍ବନ୍ଧିତ ଖବର