ଲଘୁଚାପ ବଳୟ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା, ପହିଲାରୁ ୪ ଦିନ ବର୍ଷା କମିବ

Advertisment
ସୃଷ୍ଟି ହେଲା ଆଉ ଏକ ଲଘୁଚାପ; ଉତ୍ତର ଓ ଉପକୂଳରେ ପ୍ରବଳ ବର୍ଷିଲା, ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ପଶ୍ଚିମବଙ୍ଗ ଉପରେ ଥିବା ଚିହ୍ନିତ ଲଘୁଚାପ ବଳୟ ପ୍ରଭାବରେ ଗୁରୁବାର ସକାଳ ସୁଦ୍ଧା ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହେବ। ପରବର୍ତୀ ୨୪ ଘଣ୍ଟା ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ କମିବ। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌ଆର ବିଶ୍ବାସ କହିଛନ୍ତି ଯେ ଅକ୍ଟୋବର ପହିଲାଠାରୁ ବର୍ଷା ପରିମାଣ କମିବ। ଅଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ନହେଲେ ୪ ତାରିଖ ପର୍ଯ୍ୟନ୍ତ ବଡ଼ ବର୍ଷା ହେବାର ସମ୍ଭାବନା ନାହିଁ। ଓଡ଼ିଶାରେ ଏବେ ବି ନିଅଣ୍ଟିଆ ବର୍ଷା ଲାଗି ରହିଛି। ଆଜି ସୁଦ୍ଧା ସ୍ବାଭାବିକ ଭାବେ ୧୧୪୯.୮ ମିମି ବର୍ଷା ହେବା କଥା। ମାତ୍ର ବର୍ଷା ପରିମାଣ ୧୦ ପ୍ରତିଶତ କମ୍‌ ରହିଛି। ଜଗତ୍‌ସିଂପୁର ଓ ପୁରୀ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୬ ଜିଲ୍ଲାରେ ନିଅଣ୍ଟିଆ ଅଛି। ବାକି ୨୨ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe