ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ

ଭୁବନେଶ୍ବର: ଜୱାଦ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ନୟାଗଡ଼ରେ ୧୦୭.୫, ଛତ୍ରପୁରରେ ୮୬.୬ ଓ ଭୁବନେଶ୍ୱରରେ ୪୨.୩ ମିମି, ଖୋର୍ଦ୍ଧାର ବାଣପୁରରେ ୮୧, ଗଞ୍ଜାମର ପୋଲସରାରେ ୭୧.୮, ଜଗତସିଂହପୁରରେ ୬୮ ଓ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୬୫ ମିମି ବର୍ଷା ହୋଇଥିବା ଜଣାଯାଇଛି।

ବର୍ତ୍ତମାନ ଗଭୀର ଅବପାତ ରହିଛି, ଦୁର୍ବଳ ହୋଇ ଅବପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଜୱାଦ ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଏବେ ବି ବର୍ଷା ଜାରି ରହିଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।

ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।

ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି ।

ସମ୍ବନ୍ଧିତ ଖବର