ଜୁନ୍ ୨୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ: ଆଜି ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ପୂର୍ବାନୁମାନ

Advertisment

ଜୁନ୍ ୨୪ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି...

ଜୁନ୍ ୨୪ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି...

Orange warning for 4 districts

Orange warning for 4 districts Photograph: (sambad.in)

ଭୁବନେଶ୍ୱର: ଜୁନ୍ ୨୪ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଗାତାର ବର୍ଷାଯୋଗୁ ସାଧାରଣ ଜୀବନଯାତ୍ରା କିଛି ପରିମାଣରେ ପ୍ରଭାବିତ ହୋଇଛି।

ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ: ନବ ଦାସଙ୍କ ୧୯ ସମ୍ପତ୍ତି ଥିବା ସ୍ଥାନରେ ଆୟକର ଚଢ଼ଉ

ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ, ଓଡ଼ିଶାରେ ୨୪ ଜୁନ୍ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅଧିକ ପଢ଼ନ୍ତୁ: ଘରୁ ଅପହରଣ କରି ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ

 IMD | imd bhubaneswar

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe