ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକ ତଥ୍ୟ ପ୍ରଦାନ କଲେ ମିଳିବ କେନ୍ଦ୍ରୀୟ ଅନୁଦାନ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ଏହି ସୂଚନା ଦେଇଛନ୍ତି । ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି ।

 

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସଂପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଧାନ କଲେ, ୟୁଜିସି ଅଧିନିୟମ ଅନୁଯାୟୀ କେନ୍ଦ୍ରୀୟ ଅନୁଦାନ ପାଇପାରିବ । ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ ।

ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସହ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟସଭା ସାଂସଦ ସୁବାସ ଚନ୍ଦ୍ର ସିଂହ, ମୁଜିବୁଲା ଖାନ, ମମତା ମହାନ୍ତ ଏବଂ ପୂର୍ବତନ ସାଂସଦ କଳିକେଶ ସିଂହହେଓ ଏନେଇ ଅବଗତ କରାଇଥିଲେ ।

ସମ୍ବନ୍ଧିତ ଖବର