ରାଜେନ୍ଦ୍ର ବିଶ୍ବବିଦ୍ୟାଳୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ କାର୍ଯ୍ୟକାରୀ କର

ଭୁବନେଶ୍ବର : ୨୦୧୯ ଡିସେମ୍ବର ୩୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀରସ୍ଥିତ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ କ୍ୟାମ୍ପସକୁ ଗସ୍ତ କରିଥିଲେ। ଏହି ସମୟରେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ କ୍ୟାମ୍ପସ ପରିସରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ଏକ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଥିଲେ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ୨୫ କୋଟି ଟଙ୍କା ବ୍ୟୟରେ ବିଶ୍ବବିଦ୍ୟାଳୟର ଏକାଡେମିକ ଓ ପ୍ରଶାସନିକ ଭିତ୍ତିଭୂମିର ବିକାଶ, ବିଜ୍ଞାନ କେନ୍ଦ୍ର, ପ୍ଲାନିଟୋରିୟମ୍‌ ପ୍ରତିଷ୍ଠା ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖାଯାଇଥିଲା। ତାହାକୁ ଆଧାର କରି ଆଜି ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ବିଜ୍ଞାନ ଓ କାରିଗରି ବିଭାଗ ସଚିବଙ୍କୁ ଚିଠି ଲେଖି ବିଜ୍ଞାନ କେନ୍ଦ୍ର ଓ ପ୍ଲାନିଟାରିୟମ୍‌ ପ୍ରତିଷ୍ଠା ଦିଗରେ ପଦକ୍ଷେପ ନେବାକୁ କହିଛନ୍ତି।

ସମ୍ବନ୍ଧିତ ଖବର