ନବରଙ୍ଗପୁର: ଓଡ଼ିଶାର ପୁଣି ଜଣେ ସାଂସଦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ତାଙ୍କର ରିପୋର୍ଟ ପଜିଟିଭ୍ ଆସିବା ପରେ ଏନେଇ ସୂଚନା ଦେଇଛନ୍ତି ନବରଙ୍ଗପୁରର ବିଜେଡି ସାଂସଦ ରମେଶ ଚନ୍ଦ୍ର ମାଝି । ସେ ସୁସ୍ଥ ଅଛନ୍ତି ଏବଂ ଗୃହ ସଙ୍ଗରୋଧ ଥିବା ଜଣାଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଂଗରୋଧରେ ରହିବା ସହ ନିଜର ପରୀକ୍ଷା କରାଇ ନେବାକୁ ପୂର୍ବତନ ମନ୍ତ୍ରୀ ତଥା ଲୋକସଭା ସାଂସଦ ରମେଶ ଚନ୍ଦ୍ର ମାଝି ପରାମର୍ଶ ଦେଇଛନ୍ତି ।

Advertisment

publive-image image source--odisha news insight

ସୂଚନାଯୋଗ୍ୟ, ଏହା ପୂର୍ବରୁ ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ ।
ଅପରପକ୍ଷରେ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂହ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ। ଗତକାଲି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ବି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଛଡ଼ା ରାଜ୍ୟର ବହୁ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି । ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ବର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବରୀ ବିଧାୟିକା ସୁନନ୍ଦା ଦାସ ଓ ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପ୍ରମୁଖ ସଂକ୍ରମିତ ହୋଇଛନ୍ତି ।