ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ବର : ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଜି ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କୁ ନିଯୁକ୍ତି ଦେଇଛନ୍ତି। ଜଣେ ଅଧିକାରୀଙ୍କୁ କୌଣସି ଅତିରିକ୍ତ ଦାୟିତ୍ବ ନଦେଇ କେବଳ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ରାଜ୍ୟ ସରକାର ଏହାକୁ ପାଳନ କରି ଆଜି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାସହ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ହେବା ଦିନଠାରୁ ରାଜ୍ୟ ସରକାର ପ୍ରଥମ କରି ଜଣେ ଆଇଏଏସ୍‌ ଅଧିକାରୀଙ୍କୁ କେବଳ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ଦେଇଛନ୍ତି।

ସେହିପରି ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପ ବିଭାଗର ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି ହୋଇଛି। ଦୀର୍ଘ ବର୍ଷ ହେଲା ମୁଖ୍ୟ ସଚିବଙ୍କ ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏହାସହ ସେ ‘ଓଡ଼ିଶା ପରିବାର’ର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ। ଏନେଇ ଆଜି ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe