ବିଜେପିରେ ଯୋଗ ଦେଲେ ରଞ୍ଜନ କୁମାର ସେଠ୍

ଭୁବନେଶ୍ୱର : ଖାଦ୍ୟ ଯୋଗାଣ ବିଭାଗର ଅବସରପ୍ରାପ୍ତ ଅଧିକାରୀ ରଞ୍ଜନ କୁମାର ସେଠ୍ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଇଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟରେ ଅାୟୋଜିତ ମିଶ୍ରଣ ପର୍ବରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶ୍ରୀ ସେଠ୍‌ଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ, କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ୍ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।।

ସମ୍ବନ୍ଧିତ ଖବର