ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ତଥା ସମ୍ବାଦ ର ସମ୍ପାଦକୀୟ ପୃଷ୍ଠାର ସମ୍ପାଦକ ରଣଜିତ ଗୁରୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟରରେ ଲେଖିଛନ୍ତି ଯେ ଖବରକାଗଜରେ ନିଜ ସ୍ତମ୍ଭ ‘ଅପ୍ରସଙ୍ଗ’ ମାଧ୍ୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ରଣଜିତ ଗୁରୁ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି |

ସେହିପରି କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି | ଧର୍ମେନ୍ଦ୍ର ନିଜ ଟ୍ୱିଟରରେ ଲେଖିଛନ୍ତି ଯେ ବରିଷ୍ଠ ସାମ୍ବାଦିକ, ସ୍ତମ୍ଭ ଲେଖକ ତଥା ରାଜନୈତିକ ବିଶ୍ଲେଷକ ରଣଜିତ ଗୁରୁଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ । ଶ୍ରୀ ଗୁରୁ ଓଡ଼ିଶା ସାମ୍ବାଦିକତା ଜଗତରେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ନିଜର ମତକୁ ତଥ୍ୟ ଆଧାରରେ ଲୋକଙ୍କ ସାମ୍ନାରେ ଉପସ୍ଥାପନ କରୁଥିଲେ । ଏଠାରେ ସୂଚନା ଥାଉ କି ନିଜର ସ୍ୱତନ୍ତ୍ର ଲେଖନୀ ଚାଳନା ମାଧ୍ୟମରେ ‘ଅପ୍ରସଙ୍ଗ’ ନାମକ ସ୍ତମ୍ଭ ଲେଖି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ |

ସମ୍ବନ୍ଧିତ ଖବର