ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ କୋର୍ଟଚାଲାଣ

Advertisment
କ୍ୟାପିଟାଲ କ୍ରାଇମ: ଦେଢ଼ ଟନ୍ ବିଦ୍ୟୁତ୍‌ ତାର ଜବତ, ୨ ଗିରଫ

କୋମନା: ନୂଆପଡ଼ା ଜିଲ୍ଲା କୋମନା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୁଲିସ୍ ଅଭିଯୁକ୍ତକୁ କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ଛତିଶଗଡ଼ ରାଜ୍ୟ ପିଥୋର ଥାନା ଅନ୍ତର୍ଗତ ପୁଟୁପାରା ଗାଁର ଟିକେଲାଲ ସାହୁ ଜଣେ ଡ୍ରାଇଭର ହୋଇଥିବା ବେଳେ କୋମନା ଥାନା ତରବୋଡ଼ ଅଞ୍ଚଳର ଗାଡ଼ି ଚଳାଉଥିଲା।

ସଂପୃକ୍ତ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ଘରୁ ଡାକି ନେଇ ଦୁଷ୍କର୍ମ କରିଥିଲା। ଘଟଣା ସମ୍ପର୍କରେ ନାବାଳିକାଙ୍କ ପରିବାର ଲୋକ କୋମନା ଥାନାରେ ଅଭିଯୋଗ କରିବା ପରେ ପୁଲିସ୍ ଅଭିଯୁକ୍ତ ଟିକେଲାଲଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe