ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣା: ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ଅଭିଯୁକ୍ତ କୋର୍ଟଚାଲାଣ

Advertisment

ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀ ଗତକାଲି ଦୁଷ୍କର୍ମର ଶିକାର ହୋଇଥିଲେ। ପୀଡ଼ିତା ଏବେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଅଭିଯୁକ୍ତକୁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଛି।

ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀ ଗତକାଲି ଦୁଷ୍କର୍ମର ଶିକାର ହୋଇଥିଲେ। ପୀଡ଼ିତା ଏବେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଅଭିଯୁକ୍ତକୁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଛି।

Rape

ଭଦ୍ରକ/ ସିମୁଳିଆ: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀ ଗତକାଲି ଦୁଷ୍କର୍ମର ଶିକାର ହୋଇଥିଲେ। ପୀଡ଼ିତା ଏବେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଅଭିଯୁକ୍ତକୁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଛି।  ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଆଜି ଡାକ୍ତରଖାନାରେ ପହଞ୍ଚି ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। 

ଗତକାଲି ପୀଡ଼ିତା ଛାତ୍ରୀ ଟ୍ୟୁସନ୍‌ ସାରି ସାଇକଲ୍‌ ଯୋଗେ ଫେରୁଥିବା ବେଳେ ଦୁଷ୍କର୍ମର ଶିକାର ହୋଇଥିଲେ। ଏହାପରେ ଛାତ୍ରୀଜଣଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିରଥିବା ଭଦ୍ରକ ଏଡିଏମ୍ଓ‌ ମିନତିଲତା ଦାସ କହିଛନ୍ତି। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାଏ ଡାକ୍ତରଖାନାରେ ପହଞ୍ଚି ପୀଡ଼ିତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାପାଇଁ ସିଡିଏମ୍ଓ‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣା ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ଭଦ୍ରକ ଏସ୍‌ପି ମନୋଜ ରାଉତ କହିଛନ୍ତି। ବାଲେଶ୍ବର ଡିଆଇଜି ଡ. ସତ୍ୟଜିତ ନାୟକ ମଧ୍ୟ ଡାକ୍ତରଖାନାରେ ପହଞ୍ଚି ପୀଡ଼ିତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି। ଆଜି ସକାଳୁ ବାଲେଶ୍ୱର ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ନିରଞ୍ଜନ ବେହେରା, ଡିଏସ୍‌ପି ତପସ୍ୱିନୀ କଅଁର, ବାଲେଶ୍ୱର ସଦର ଏସ୍‌ଡିପିଓ, ସିମୁଳିଆ ଥାନା ଅଧିକାରୀ ଶ୍ରବଣ କୁମାର ମହାରଣା ଘଟଣାସ୍ଥଳ ଓ ପୀଡ଼ିତାଙ୍କ ଗାଁକୁ ଯାଇ ତଦନ୍ତ କରିଛନ୍ତି।  ସେହିପରି ଅପରାହ୍ଣରେ ବାଲେଶ୍ୱର ଡିଆଇଜି ସତ୍ୟଜିତ ନାୟକ, ବାଲେଶ୍ୱର ଏସ୍‌ପି, ଡିଏସ୍‌ପି ସିମୁଳିଆ ଥାନାରେ ପହଞ୍ଚି ତଦନ୍ତର ସମୀକ୍ଷା କରିଛନ୍ତି।

ଭଦ୍ରକ ଡାକ୍ତରଖାନାରେ ନେତାଙ୍କ ଭିଡ଼

ବିଭିନ୍ନ ରାଜନୈତିକ ନେତୃବୃନ୍ଦ ଭଦ୍ରକ ଜିଲ୍ଲା ଚିକିତ୍ସାଳୟକୁ ଯାଇ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିଥିଲେ। ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ପହଞ୍ଚି ଭଦ୍ରକ ସିଡିଏମ୍‌ଓ, ଭଦ୍ରକ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ। ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିବା କହିଥିଲେ। ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ବିଜେପି ସରକାରରେ ନାରୀମାନେ ସୁରକ୍ଷିତ ନୁହନ୍ତି ବୋଲି ପୂର୍ବତନ ମନ୍ତ୍ରୀ ଶ୍ରୀ ସାମଲ ଅଭିଯୋଗ କରିଥିଲେ। ସେହିପରି ସିମୁଳିଆର କଂଗ୍ରେସ ନେତା ହିମାଂଶୁ ଶେଖର ବେହେରା, କଂଗ୍ରେସ ଯୁବନେତା ଶୁଭେନ୍ଦୁ ରାୟମହାପାତ୍ର, ଦେବରୂପ ମହାନ୍ତି, ବଳରାମ ରାଉତ, ହେମନ୍ତ ସାହୁ ପ୍ରମୁଖ ଭଦ୍ରକ ମେଡିକାଲରେ ପହଞ୍ଚି ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ମିଳୁ ବୋଲି ଦାବି କରିଥିଲେ। ସେହିପରି, ପୂର୍ବତନ ସାଂସଦ ଅନନ୍ତ ସେଠୀ, ଭଦ୍ରକ ଜିଲ୍ଲା କଂଗ୍ରେସର ପୂର୍ବତନ ସଭାପତି ସୁବ୍ରତ ଦାସ, କଂଗ୍ରେସ ନେତ୍ରୀ ମଧୁମିତା ସେଠୀ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe