ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ କୋର୍ଟଚାଲାଣ

Advertisment
କ୍ୟାପିଟାଲ କ୍ରାଇମ: ସରକାରୀ ଜମିକୁ କେନ୍ଦ୍ରକରି ଗଣ୍ଡଗୋଳ,୨ ଗିରଫ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ଆଦିବାସୀ ନାବାଳିକା ନାଳକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ପୋଖରୀବନ୍ଧ ପଞ୍ଚାୟତ ପୋଢ଼ାଉମେର ଗାଁର ମୋହନ ହରିଜନ (୩୫) ସଂପୃକ୍ତ ନାବାଳିକାକୁ ଉଠାଇ ନେଇ ଦୁଷ୍କର୍ମ କରିଥିଲା।

ଏନେଇ ଝିଅର ମା’ ବିଶ୍ୱନାଥପୁର ଥାନାରେ ଅଭିଯୋଗ କରିବା ପରେ ପୁଲିସ୍ ଅଭିଯୁକ୍ତକୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ପରେ ଅଭିଯୁକ୍ତକୁ କୋର୍ଟଚାଲାଣ କରାଯାଇଥିବା ବିଶ୍ୱନାଥପୁର ଥାନା ଅଧିକାରୀ ମମତା ହେମ୍ବ୍ରମ ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe