ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ: ହତ୍ୟାକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦେଲେ ଅଦାଲତ

Advertisment
ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ: ହତ୍ୟାକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦେଲେ ଅଦାଲତ

ନୟାଗଡ଼: ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ନୟାଗଡ଼ ଚିଲ୍‌ଡ୍ରେନ୍‌ସ କୋର୍ଟରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ମିଳିଛି। ଏଥି ସହିତ ଅଦାଲତ ଦୋଷୀକୁ ୬ ହଜାର ଟଙ୍କା ଦଣ୍ଡାଦେଶ ଦେଇଛନ୍ତି। ସରକାରୀ ଓକିଲ କହିଛନ୍ତି ଦୋଷୀ ନାବାଳକ ଥିଲା। ଯଦି ସେ ସାବାଳକ ଥାଆନ୍ତା, ତାହେଲେ ମୃତ୍ୟୁଦଣ୍ଡ ମିଳିଥାନ୍ତା। ଅଦାଲତ ୩୧ ଜଣ ସାକ୍ଷୀ, ୧୩୫ଟି ଦସ୍ତାବିଜ ଏବଂ ୧୮ଟି ପ୍ରମାଣକୁ ଭିତ୍ତିକରି ହତ୍ୟା ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ,୨୦୨୦ ଜୁଲାଇ ୧୪ ତାରିଖରେ ବର୍ଷ ବୟସର ଶିଶୁକନ୍ୟା ପରୀ ଗାଁ ଦାଣ୍ଡରେ ଖେଳୁଥିଲା। କୋର୍ଟରେ ଦୋ‌ଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଜଣକ ପରୀକୁ  ହଠାତ୍‌ ଗାଏବ କରି ନେଇଥିଲା। ସେହି ମାସ ୨୩ରେ ତା’ର ଶବ ଉଦ୍ଧାର ହୋଇଥିଲା। ଏକ ଅଖା ବସ୍ତାରୁ ଦେହାବଶେଷ ଓ ହାଡ଼ ଉଦ୍ଧାର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ହତ୍ୟାକାରୀକୁ ଗିରଫ କରିଥିଲା। ଏହି କୁନି ନାବାଳିକାର ହତ୍ୟା ତଥା‌ ଦୁଷ୍କର୍ମ ମାମଲା ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe