ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା

Advertisment
ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା

ଭୁବନେଶ୍ବର: ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍।

ଏବର୍ଷ  ପୁରୀରେ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା ହେବ । ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହିଁ । ଏ ନେଇ ଏସଆରସି ପକ୍ଷରୁ ସୂଚନା ଦିଆଯାଇଛି। ରଥଯାତ୍ରାରେ କେବଳ ସେବାୟତମାନେ ଭାଗ ନେଇପାରିବେ। ଯେଉଁ ସେବାୟତମାନେ ଦୁଇ ଥର ଟିକା ନେଇସାରିଥିବେ କିମ୍ବା ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଥିବ, ସେମାନେ ନୀତିକାନ୍ତିରେ ଭାଗ ନେଇପାରିବେ।

ଗୋଟିଏ ରଥରେ ୫୦୦ଲୋକରୁ ଅଧିକ ରହିବେ ନାହିଁ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହିଁ। କିନ୍ତୁ ମନ୍ଦିର ଭିତରେ ହେବାକୁ ଥିବା ନୀତିକାନ୍ତି ସମ୍ପନ୍ନ ହେବ। ମନ୍ଦିର ବାହାରେ କୌଣସି ନୀତିକାନ୍ତି ହେବ ନାହିଁ। ପୁରୀରେ ରଥଯାତ୍ରା ସମୟରେ କର୍ଫ୍ୟୁ ଲାଗୁ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe